Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସୁଛି ଲଘୁଚାପ; ଆଜିଠୁ ୨୭ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ବର: ଆସୁଛି ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟର ପ୍ରବଳ ବର୍ଷିବ। ରାଜ୍ୟର ବିଭିନ୍ନ ସ୍ଥାନରେ ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି । ସୂଚନା ଅନୁଯାୟୀ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ରାଜ୍ୟର ବିଭିନ୍ନ ସ୍ଥାନରେ ୨୭ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଳାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଏ ନେଇ ଆଜି ସମ୍ବଲପୁର, ଅନଗୁଳ, ବୌଦ୍ଧ, ସୋନପୁର, ବରଗଡ, ଦେବଗଡ, ବଲାଙ୍ଗୀର, ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡା ଜିଲ୍ଲା କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ