Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଜିଠୁ ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ଅତିରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ତିନି ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ପରିମାଣର ବର୍ଷା ହୋଇପାରେ

ଆଜି ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, ବରଗଡ଼, ଝାରସୁୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

More Stories