Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ମହାପ୍ରଭୁଙ୍କ ହେବ ଅଧରପଣା ନୀତି

ପୁରୀ: କାଲି ଥିଲା ମହାପ୍ରଭୁଙ୍କ ପବିତ୍ର ସୁନାବେଶ। ଆଜି ହେବ ଅଧରପଣା ନୀତି । ତିନି ଠାକୁରଙ୍କୁ ଅଧରପଣା ଲାଗି ହେବ । ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କୁ ତୁପ୍ତ କରିବା ପାଇଁ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସମ୍ପନ୍ନ ହେବ । ରଥ ଉପରେ ୯ଟି ହାଣ୍ଡିକୁ ଭଙ୍ଗାଯିବ । ଏଥିପାଇଁ ସ୍ୱତନ୍ତ୍ର ଅଧରହାଣ୍ଡି ପ୍ରସ୍ତୁତ ହୋଇଛି ।

ଏହି ଅଧରପଣା ଛାଚି, ସର, କଦଳୀ, ଛେନା, ଗୋଲମରିଚ ଗୁଣ୍ଡ, କର୍ପୁର, ଜାଇଫଳ ଆଦି ମିଶ୍ରଣରେ ପ୍ରସ୍ତୁତ କରାଯିବ। ପତ୍ରିବଡୁ, ସୁଆରବଡୁ, ଗରାବଡୁ ପାଳିଆ ସେବକ ଏବଂ ପୂଜାପଣ୍ଡା ସେବକ ପଣା ହାଣ୍ଡିକୁ ତିନି ରଥର ପୋଖରିଆ ଉପରେ ପୂଜାର୍ଚ୍ଚନା କରିବା ପରେ ଏହା ଭଙ୍ଗାଯିବ। ରଥର ପାର୍ଶ୍ବ ଦେବାଦେବୀଙ୍କ ସମେତ ଚଣ୍ଡୀ, ଚାମୁଣ୍ଡାମାନେ ଘୂରି ବୁଲୁଥିବାରୁ ଅଧରହାଣ୍ଡି ଭଙ୍ଗାଯାଇ ସେମାନଙ୍କୁ ପଣା ଉତ୍ସର୍ଗ କରାଯାଇଥାଏ।