Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବେଲଗୁଣ୍ଠା ବ୍ଲକ ରେ ଅବସର ନେଲେ ଆଠ ଜଣ ଶିକ୍ଷକ

ବେଲଗୁଣ୍ଠା,30/06, ଆଜି ବେଲଗୁଣ୍ଠା ବ୍ଳକ୍ ର ଆଠ ଜଣ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ଏକକାଳୀନ ଅବସର ଗ୍ରହଣ କରିଛନ୍ତି I ଅବସର ଗ୍ରହଣ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀମାନେ ହେଲେ ନାଟେଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ଲେଙ୍କା, ବିଜୟ ଲକ୍ଷ୍ମୀ ଶରଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁରେଶ ଚନ୍ଦ୍ର ଶତପଥୀ,ଉପରଭାଗ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୀମାଞ୍ଚଳ ଦାଶ,ସହକାରୀ ଶିକ୍ଷକ କାଳୀ ଚରଣ ପଣ୍ଡା, ପଟେଲ୍ ରୋଡ଼୍ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଗିରିଜା କୁମାରୀ ପତି, ମହାସିଙ୍ଗୀପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ ରଥ, ବଡ଼ ଦୋଡ଼ଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ଶତପଥୀ ଏବଂ କୋକଲୁଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଅନୀତା ଦାଶ I ଏହା ସହିତ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀ ରମା ବଲ୍ଲଭ ବେହେରା ମଧ୍ଯ ଅବସର ଗ୍ରହଣ କରିଛନ୍ତି I ଏହି ଅବସରରେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇ ଅବସର ଗ୍ରହଣ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯିବା ସହିତ ସେମାନଙ୍କୁ ପେନସନ୍ ସମ୍ଵନ୍ଧୀୟ କାଗଜପତ୍ର ପ୍ରଦାନ କରାଯାଇଥିଲା I ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ସମେତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ, ଏବିଇଓ ପ୍ରତିଭା କୁମାରୀ ରଥ,ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବସନ୍ତ କୁମାର ଜେନା, ସମ୍ପାଦକ ବାଳକୃଷ୍ଣ ସାବତ, ସଙ୍ଗଠକ ସନ୍ତୋଷ କୁମାର ପଟ୍ଟନାୟକ,ସୁବ୍ରତ ପାତ୍ର,ବରିଷ୍ଠ କିରାଣି ଶରତଚନ୍ଦ୍ର ରଥ, କମଳ ଲୋଚନ ଦୋରା ପ୍ରମୁଖ ଉପସ୍ଥିତ ଥିଲେ I