ଆସୁଛି ଲଘୁଚାପ; କାଲିଠୁ ବର୍ଷା


ଭୁବନେଶ୍ବର : ଏବେ ପୁଣି ଖରାଦିନ ପରି ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ଏହାର ପ୍ରଭାବରେ ଆସନ୍ତାକାଲିଠୁ ବର୍ଷା ହୋଇପାରେ। ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ। ଏନେଇ ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲାରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। କାଲିଠୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି ।