Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ଆରମ୍ଭ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ବର: ଆଜିଠୁ ଆରମ୍ଭ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଜୁଲାଇ ୩ ରୁ ୮ ଯାଏ ଚାଲିବ ପରୀକ୍ଷା। ମାତ୍ର ୧୧୦୦ ଜଣ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଦିନକୁ ଗୋଟିଏ ସିଟିଂରେ ହେବ।

ପରୀକ୍ଷା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ହେଉଛି। ଅନ୍ୟପଟେ ସେହିପରି ଷ୍ଟେଟ୍ ଓପନ ସ୍କୁଲ ସାର୍ଟିଫିକେଟ୍ (ଏସ୍‌ଓଏସ୍‌ସି) ପରୀକ୍ଷା ମଧ୍ୟ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଦୁଇଟି ଯାକ ପରୀକ୍ଷା ଲାଗି ରାଜ୍ୟରେ ୩୦ଟି ଜିଲ୍ଲାରେ ୮୦ଟି ସେଣ୍ଟର କରାଯାଇଛି। ପରୀକ୍ଷା ପରିଚାଳନାରେ ଅନିୟମିତତା ରୋକିବା ଲାଗି ବୋର୍ଡ ପକ୍ଷରୁ ୧୫ଟି ସ୍କ୍ୱାଡ୍ ଗଠନ କରାଯାଇଛି। ଜିଲ୍ଲାସ୍ତରରେ ଡିଇଓମାନଙ୍କ ଦ୍ୱାରା ପୃଥକ ସ୍କ୍ୱାଡ୍ ଗଠନ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ