Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗକୁ ପ୍ରବଳ ବର୍ଷା; ଆସୁଛି ଲଘୁଚାପ

ଭୁବନେଶ୍ବର: ଆଗକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ‌ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୪ ତାରିଖରେ ବର୍ଷା ପରିମାଣ ଅଧିକ ରହିବ । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ