Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ବର୍ଷିବ; ଏହି ସବୁ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ବର: ଆଜିଠୁ ବଢିପାରେ ବର୍ଷାର ପ୍ରଭାବ। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି ।

ଅନ୍ୟପଟେ, ଚଳିତ ବର୍ଷ ମୌସୁମୀ ଆସିବାରେ ବିଳମ୍ବ ହୋଇଛି। ସେପଟେ ମୌସୁମୀ ଋତୁରେ ରାଜ୍ୟରେ ୧ ଜୁନ୍‌ରୁ ୪ ଜୁଲାଇ ମଧ୍ୟରେ ୧୭୧.୭ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ବାଭାବିକ ବର୍ଷା ୨୪୭.୪ ମିମି ତୁଳନାରେ ୩୧% କମ୍‌ ରହିଛି ।