ଆଜିଠୁ ବଢିବ ବର୍ଷା; ଏହିସବୁ ଜିଲ୍ଲାରେ ଅଧିକ ବର୍ଷିବ


ଭୁବନେଶ୍ବର: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ବରିମାଣ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜି ରାଜ୍ୟରେ ବର୍ଷାର ପରିମାଣ ବଢିବ ନେଇ ସମ୍ଭାବନା ରହିଛି। ଏ ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

ଏଥିପାଇଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭ଼ଞ୍ଜ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୭ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।