Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୪ ଘଣ୍ଟାରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ, ୧୯ରୁ ୨୨ ଯାଏ ପ୍ରବଳ ବର୍ଷା

ଭୁବନେଶ୍ଵର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୁର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୧୯ରୁ ୨୨ ଯାଏ ବିସ୍ତୃତ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ୨୦ ତାରିଖରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହି ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସେହିପରି ୨୧ରେ ଜଗତସିଂହପୁର, କଟକ, ଢେଙ୍କନାଳ, ପୁରୀ, ଅନୁଗୁଳ, ଯାଜପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ଗତ ୨୪ ଘଣ୍ଟାରେ ଗୋଟିଏ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ୩ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ସେହିପରି ୧୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ବଲାଙ୍ଗିରରେ ସର୍ବାଧିକ ବର୍ଷା ହୋଇଥିବା ଜଣାଯାଇଛି। ୨୪ ଘଣ୍ଟାରେ ବଲାଙ୍ଗିର ଗୁଡଭେଲାରେ ସର୍ବାଧିକ ୨୯୬.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି କଳାହାଣ୍ଡିର ଥୁଆମୂଳ ରାମପୁରରେ ୧୮୯ ମିମି, କର୍ଲାମୁଣ୍ଡାରେ ୧୮୪ ମିମି ବର୍ଷା ରେକର୍ଡ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ