Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବିମା ରାଶି ୨ରୁ ୫ ଲକ୍ଷକୁ ବୃଦ୍ଧି

ାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ୟ ସରକାର I ଏହି ଘୋଷଣାକୁ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ପକ୍ଷରୁ ସ୍ୱାଗତ କରାଯିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସଂଘ ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଛି I ଏହା ଦ୍ୱାରା ରାଜ୍ୟର ୮୭୧୭ ତଥା ସମ୍ବଲପୁର ଜ଼ିଲ୍ଲାରେ ୧୮୩ ଜଣ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ I ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିବା ବେଳେ ଗତ ୧୫ ତାରିଖ ଶନିବାର ରାଜ୍ୟ ସରକାରଙ୍କ ୫ଟି ସଚିବ ଭି. କେ. ପାଣ୍ଡିଆନଙ୍କ ସମ୍ବଲପୁର ଗସ୍ତ ସମୟରେ ସଂଘ ପକ୍ଷରୁ ଗୋପବନ୍ଧୁ କାର୍ଯ୍ୟରତ ସାମ୍ବାଦିକ ବୀମା ରାଶି ପରିମାଣ ଅନ୍ୟୁନ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ସମ୍ବଳିତ ୧୦ ଦଫା ଦାବି ପତ୍ର ପ୍ରଦାନ କରାଯାଇଥିଲା I ବର୍ତ୍ତମାନ ଏହା ୫ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇପାରିବେ I ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖାର ସଭାପତି ହିମାଂଶୁ ଶେଖର ମିଶ୍ର, ସାଧାରଣ ସମ୍ପାଦକ ସରୋଜ ସାହୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସମେତ ରାଜ୍ୟ ସରକାରଙ୍କ ୫ ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ମଧ୍ୟ ଧନ୍ୟବାଦ ସହ କୃତଜ୍ଞତା ଜ୍ଞାପନ କରିଛନ୍ତି I