Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଉତ୍ତର ପଶ୍ଚିମ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ଆଗାମୀ ଦୁଇ ଦିନ ମଧ୍ୟରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଯାତ୍ରା କରିବ। ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବନୁମାନ କରିଛି ।

ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ବରଗଡ଼, କଟକ ଏବଂ ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ସେହିଭଳି ଜୁଲାଇ ୨୧ରେ ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ‌ହେବାର ସମ୍ଭାବନା ରହିଛି। ଜୁଲାଇ ୨୨ ଓ ୨୩ରେ ମଧ୍ୟ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ