Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ, ମାସ ଶେଷ ଯାଏ ଭଲ ବର୍ଷା

ଭୁବନେଶ୍ଵର: ପଛକୁ ପଛ ହୋଇ ଆସୁଛି ଦୁଇଟି ଲଘୁଚାପ। ଉତ୍ତର-ପଶ୍ଚିମବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଓଡିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ । ଉପକୂଳଠାରୁ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ।

ଓଡ଼ିଶା ଉପକୂଳ ସମୁଦ୍ରରେ ଗତକାଲି ସକାଳେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଥିଲା। ଏହି ଲଘୁଚାପର ପ୍ରଭାବ କମି ଆସିବା ବେଳକୁ ୨୪ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହା ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ମାସ ଶେଷ ଯାଏ ବର୍ଷା ଲାଗି ରହିବ। ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛନ୍ତି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର ଓ ସମ୍ବଲପୁର। ତେବେ ଗତକାଲି ତାଳଚେରରେ ସର୍ବାଧିକ ୪୨ ମିମି ବର୍ଷା ହୋଇଛି। ଆଜି ପାଗ ମେଘୁଆ ରହିବ ଏବଂ ବର୍ଷା ହେବ। ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ଏବଂ ସର୍ବନିମ୍ନ ୨୬ ଡିଗ୍ରୀ ରହିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ