Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

୨୪ରେ ପୁଣି ଲଘୁଚାପ, ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା, ଫୁଲି ଉଠିବ ମହାନଦୀ

ଭୁବନେଶ୍ଵର: ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିଛି। ୨୪ରେ ପୁଣି ଲଘୁଚାପ, ସୃଷ୍ଟି ହେଉ ଥିବାରୁ ଏହାରି ପ୍ରଭାବରେ  ୨୬ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ୨୬ରୁ ବିସ୍ତୃତ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଲଘୁଚାପ ପ୍ରଭାବରେ ପଡ଼ୋଶୀ ରାଜ୍ୟ ଛତିଶଗଡରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଫଳରେ ମହାନଦୀ ଫୁଲିବାର ଆଶଙ୍କା ରହିଛି । ଏଥିସହ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ମଧ୍ୟ ବୃଦ୍ଧି ପାଇବ। ଆସନ୍ତା ୫ଦିନ ଓମିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।। ଏଥିପାଇଁ ସବୁ ଜିଲ୍ଲାପାଳଙ୍କୁ ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ତଳିଆ ଅଞ୍ଚଳର ଲୋକଙ୍କୁ ନିରାପଦ ଜାଗାକୁ ସ୍ଥାନାନ୍ତର ପାଇଁ କୁହାଯାଇଛି ।

ବର୍ଷା ଦକ୍ଷିଣ ଓଡ଼ିଶାକୁ ଅଧିକ ପ୍ରଭାବିତ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କ‌ଲେଣି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଶନିବାର ଦିନ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଦେବଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ୨୩ ତାରିଖ ଦିନ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ୨୫ ତାରିଖରୁ  ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଜଗତସିଂହପୁର ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

More Stories