Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଲି ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷା ଦାୟିତ୍ଵରେ ୩୬ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ

ଭୁବନେଶ୍ଵର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ଭୁବନେଶ୍ଵର ପହଞ୍ଚିବା ପରେ ରାଜଭବନରେ ରାତ୍ରୀଯାପନ କରିବେ। ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ଵରେ ରହିବେ ୧୨ ଏଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର। ସଂପୂର୍ଣ୍ଣ ସୁରକ୍ଷା ଦାୟିତ୍ଵରେ ୩୬ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୬୦ ଟ୍ରାଫିକ କର୍ମଚାରୀ, ୧୫୦ ହୋମଗାର୍ଡ ନିୟୋଜିତ ରହିବେ। ଏ ନେଇ ସୋମବାର ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ।

ପୁଣି ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୬ ତାରିଖରେ ରାଷ୍ଟ୍ରପତି କଟକ ଆସିବେ। ସେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ, ଏସସିବି ମେଡିକାଲ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଷ୍ଟ୍ରପତି ଭବନ ଏବଂ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟରୁ ଚିଠି ହୋଇ ସାରିଛି । ଏଥିସହ ରାଷ୍ଟ୍ରପତି କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ତିନୋଟି ଅନୁଷ୍ଠାନକୁ ସରକାରୀ ସ୍ତରରେ ସୂଚିତ କରାଯାଇସାରିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଟକରେ ପୁଲିସ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଉଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ