Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ଵର: ପଶ୍ଚିମ-କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୋମବାର ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର-ଆନ୍ଧ୍ର ଉପକୂଳ ନିକଟରେ ସମୁଦ୍ର ମଧ୍ୟରେ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ଏବଂ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି |

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରର ରୂପ ନେବ। ଏହା ୨୬ ତାରିଖ ଆଡ଼କୁ ଆହୁରି ଘନୀଭୂତ ହେବ ଓ ଅବପାତର ରୂପ ନେବ। ଫଳରେ ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷିବ ବୋଲି ସତର୍କ କରାଯାଇଛି। ଏହାର ପ୍ରଭାବରେ କେବଳ ଓଡ଼ିଶା ନୁହେଁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ଛତିଶଗଡ଼ରେ ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏ ନେଇ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୨୬ ତାରିଖ ଦିନ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବାର ସମ୍ଭାବନା ରହୁଛି।

More Stories