Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ଵର: ପଶ୍ଚିମ-କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୋମବାର ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର-ଆନ୍ଧ୍ର ଉପକୂଳ ନିକଟରେ ସମୁଦ୍ର ମଧ୍ୟରେ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ଏବଂ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି |

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରର ରୂପ ନେବ। ଏହା ୨୬ ତାରିଖ ଆଡ଼କୁ ଆହୁରି ଘନୀଭୂତ ହେବ ଓ ଅବପାତର ରୂପ ନେବ। ଫଳରେ ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷିବ ବୋଲି ସତର୍କ କରାଯାଇଛି। ଏହାର ପ୍ରଭାବରେ କେବଳ ଓଡ଼ିଶା ନୁହେଁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ଛତିଶଗଡ଼ରେ ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏ ନେଇ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୨୬ ତାରିଖ ଦିନ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବାର ସମ୍ଭାବନା ରହୁଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories