Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଲଘୁଚାପ ସକ୍ରିୟ, ଆସନ୍ତା ୫ ଦିନ ଯାଏ ବର୍ଷିବ

ଭୁବନେଶ୍ଵର: ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି ଓ କୋରାପୁଟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କେତେକ ସ୍ଥାନରେ ଭୂସ୍ଖଳ ଭଳି ସମସ୍ୟାର ଆଶଙ୍କା ରହିଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି।

ଏହା ବ୍ୟତୀତ ନୂଆପଡ଼ା, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଜୁନ୍‌ ପହିଲାରୁ ଆଜି ସୁଦ୍ଧା ଓଡ଼ିଶାରେ ସ୍ଵାଭାବିକ ଭାବେ ୪୮୯ ମିମି ବର୍ଷା ହେବା କଥା। କିନ୍ତୁ ଚଳିତବର୍ଷ ୪୨୫.୮ ମିମି ବର୍ଷା ରେକର୍ଡ କରାଯାଇଛି। ୧୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଥିବା ବେ‌ଳେ ଦୁଇଟି ଜିଲ୍ଲାରେ ଅଧିକ ନିଅଣ୍ଟିଆ ରହିଛି। ୧୫ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

More Stories