ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଏବଂ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ।
ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୯ରୁ ୩୧ ମଧ୍ୟରେ ଓଡ଼ିଶାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ଦ୍ଵାରା ପ୍ରକାଶ। ଆସନ୍ତା ୩୧ରୁ ୧ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର , ଅନୁଗୋଳ ଏବଂ ଢେଙ୍କାନାଳ ପାଇଁ ଅରେଞ୍ଜ ୱାର୍ଣିଂ ଜାରି କରାଯାଇଛି। ସେହିପରି ଅଗଷ୍ଟ ୧ ଏବଂ ୨ତାରିଖରେ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼ ଏବଂ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଜି ଓଡ଼ିଶାର ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି।ଆଗାମୀ ୫ ଦିନ ପାଇଁ ଦେଶର ପାଣିପାଗରେ ସେଭଳି କୌଣସି ଉଲ୍ଲେଖନୀୟ ପରିବର୍ତ୍ତନ ଘଟିବାର ସମ୍ଭାବନା ନ ଥିବା କଥା ପାଣିପାଗ ବିଭାଗ କହିଛି।