ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ା


ସୁବର୍ଣ୍ଣପୁର-ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଲେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧0୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୯୨ ଗୋଟି, ସାମୁହିକ ଦରଖାସ୍ତ ୧୩ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୧୦ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଶିବିରରେ ଜିଲ୍ଲାପାଳ ଶ୍ରୀ ରାୟ ବିନିକା ବ୍ଲକ ଅନ୍ତର୍ଗତ ନନ୍ଦନମାଲ ଗ୍ରାମର ଭିନ୍ନକ୍ଷମ ଦମ୍ପତି ଶ୍ରୀ ପାଣ୍ଡଵ ବାଗ ଓ ପାର୍ଥବୀ ଅଦାବର ଙ୍କୁ ଟ.୨,୫୦,୦୦୦ (ଦୁଇ ଲକ୍ଷ ପଚାଶ ହଜାର )ଟଙ୍କା ର ବିବାହ ପ୍ରୋତ୍ସାହନ ଅର୍ଥରାଶି ନିମନ୍ତେ ଚେକ୍ ପ୍ରଦାନ କରିଥିଲେ l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା, ଶ୍ରୀ ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପ୍ରଶାସନ) ଜିଲ୍ଲାପରିଷଦ ଶ୍ରୀ ସନତ କୁମାର ନାୟକ , ବ୍ଲକ ଉପାଧ୍ୟକ୍ଷ ଶ୍ରୀ ନିର୍ମଳ ଶାଣ୍ଢ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ , ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଭାରପ୍ରାପ୍ତ ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ , ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା , ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l