Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଲଭେର୍ଟ ଭୁଶୁଡି ପାଞ୍ଚ ଜଣ ଶିଶୁ ମୃତ୍ୟୁ

ଆଜି ସକାଳେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁରର ଏକ ନିର୍ମାଣାଧୀନ କଲଭର୍ଟ ଭୁଶୁଡି ଯିବା ଫଳରେ ଚାରି ଜଣ ଶିଶୁଙ୍କ ସମେତ ପାଞ୍ଚଜଣଙ୍କ ମୃତ୍ୟୁ ଘଟିଛି।ଏହି ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବାସହ ମୃତକଙ୍କ ପରିବାର ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।
ଏହି ଦୁର୍ଘଟଣା ପାଇଁ ବିଭାଗୀୟ କର୍ମଚାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ