ସମ୍ବଲପୁର: ସରଲା ଷ୍ଟେସନରେ ମାଲବାହୀ ଟ୍ରେନ ୱାଗନ୍ ଗୁଡିକର ରୁଟିନ୍ ଓଭର-ହାଉଲିଂ (ROH) ସୁବିଧା ସହିତ ମାଲବାହୀ ଟ୍ରେନ୍ ରକ୍ଷଣାବେକ୍ଷଣ ସୁବିଧା ପାଇଁ ନିର୍ମାଣ କାର୍ଯ୍ୟଯୁଦ୍ଧକାଳୀନ ଭିତ୍ତିରେ ଚାଲୁରହିଛି |ଏପରିକି ହୀରାକୁଦ ରେଳ ଷ୍ଟେସନକୁ ପୁନଃ ବିକଶିତ କରାଯିବ |ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଆଜି ସମ୍ବଲପୁର ଗସ୍ତରେ ଯାଇ ସମ୍ବଲପୁର ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଓ ଅନ୍ୟ ଅଧିକାରୀ ମାନଙ୍କ ସହିତ ଚାଲୁରହିଥିବା ପ୍ରକଳ୍ପ ଗୁଡିକର ସମୀକ୍ଷା କରିଛନ୍ତି | ଶ୍ରୀ ଶର୍ମା ସରଲା ଷ୍ଟେସନରେ ମାଲବାହୀ ଟ୍ରେନ ୱାଗନ୍ ଗୁଡିକର ରୁଟିନ୍ ଓଭର-ହାଉଲିଂ (ROH) ସୁବିଧା ସହିତ ମାଲବାହୀ
ଟ୍ରେନ୍ ରକ୍ଷଣାବେକ୍ଷଣ ସୁବିଧା ନିରୀକ୍ଷଣ କରିଥିବାବେଳେ ହିରାକୁଦ୍ ରେଳ ଷ୍ଟେସନର ପୁନଃ ବିକାଶ ପାଇଁ ନିରୀକ୍ଷଣ କରିଥିଲେ |
ପ୍ରକଳ୍ପଗୁଡିକର ସମୀକ୍ଷା କରିବା ଏବଂ ହିରାକୁଦ୍ ଷ୍ଟେସନ୍ ନିରୀକ୍ଷଣ ଏବଂ ନିର୍ମାଣାଧୀନ ROH ନିରୀକ୍ଷଣ କରିବା ସହିତ ଶ୍ରୀ ଶର୍ମା ସଂପୃକ୍ତ ଅଧିକାରୀମାନଙ୍କୁବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଶୀଘ୍ର ସମାପ୍ତି ଉପରେ ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି | ଏହି ପ୍ରକଳ୍ପ ଗୁଡିକର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରୀକର୍ମଚାରୀଙ୍କ ସମେତ ହିତାଧିକାରୀଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଶ୍ରୀ ଶର୍ମା
ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି |ସରଲା ଷ୍ଟେସନରେ ମାଲବାହୀ ଟ୍ରେନ ୱାଗନ୍ ଗୁଡିକର ରୁଟିନ୍ ଓଭର-ହାଉଲିଂ (ROH)
ସୁବିଧା ସହିତ ମାଲବାହୀ ଟ୍ରେନ୍ ରକ୍ଷଣାବେକ୍ଷଣ ସୁବିଧା 2017-18 ବର୍ଷରେ ଅନୁମୋଦନ କରାଯାଇଥିଲା ଏବଂ ମାନେଶ୍ଵର ଷ୍ଟେସନରେ ଏହାର ପ୍ରତିଷ୍ଠା ପାଇଁ ପ୍ରସ୍ତାବଦିଆଯାଇଥିଲା | ପରେ, ସମ୍ଭାବ୍ୟତାକୁ ଦୃଷ୍ଟିରେ ରଖି ଏହି ପ୍ରକଳ୍ପକୁ ସରଲାଷ୍ଟେସନକୁ ସ୍ଥାନାନ୍ତର କରାଯାଇଛି ଏବଂ 149.37 କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପରଆକଳନ ଅନୁମୋଦନ କରାଯାଇଛି | ଏହା ବ୍ୟତୀତ, ଏହି ପ୍ରକଳ୍ପ ନିର୍ମାଣ ପାଇଁ ପୂର୍ବତଟ
ରେଳପଥ ଏବଂ ରାଇଟ୍ସ (RITES) ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ହୋଇଛି।ମୋଟାମୋଟି ଭାବେ, ଏହି ପ୍ରକଳ୍ପର 65% ନିର୍ମାଣ କାର୍ଯ୍ୟ ଏବେ ସୁଦ୍ଧା ସମାପ୍ତ ହୋଇଛି ଏବଂ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କାର୍ଯ୍ୟ କାର୍ଯ୍ୟ ଚାଲୁରହିଛି |
ମାନ୍ୟବର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ ଙ୍କ ପ୍ରକଳ୍ପ କାର୍ଯ୍ୟର ନିରନ୍ତର ସମୀକ୍ଷା ଯୋଗୁଁ ଏହା ସମ୍ଭବ ହୋଇ ପାରିଛି | ଓଡ଼ିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ଶ୍ରୀ ବୈଷ୍ଣବ ଅଗ୍ରାଧିକାର ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନଜର ରଖିଛନ୍ତି |ସରଲା ଷ୍ଟେସନରେ ମାଲବାହୀ ଟ୍ରେନ ୱାଗନ୍ ଗୁଡିକର ରୁଟିନ୍ ଓଭର-ହାଉଲିଂ (ROH)
ସୁବିଧା ସହିତ ମାଲବାହୀ ଟ୍ରେନ୍ ରକ୍ଷଣାବେକ୍ଷଣ ଏହି ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧିକରାଇବା ଏବଂ ମାଲବାହୀ ଟ୍ରେନ୍ ରକ୍ଷଣାବେକ୍ଷଣ ଜନିତ ସୁବିଧା ପ୍ରଦାନ କରାଇବ |
ଏହା ବ୍ୟତୀତ, ଶ୍ରୀ ମନୋଜ ଶର୍ମା ହିରାକୁଦ ରେଳ ଷ୍ଟେସନ ନିରୀକ୍ଷଣ କରି ଷ୍ଟେସନରେ ରେଳ ଭିତ୍ତିଭୂମି ବିକାଶର କାର୍ଯ୍ୟ ନିରୀକ୍ଷଣ କରିବା ସହିତ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ | ଖୁବ ଶୀଘ୍ର ହୀରାକୁଦ ରେଳ ଷ୍ଟେସନର ପୁନଃ ବିକାଶ କରାଯିବ |
ସମୀକ୍ଷା ବୈଠକରେ ସମ୍ବଲପୁର ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଭିନୀତ ସିଂଙ୍କ ସହିତ ରେଳ ମଣ୍ଡଳର ସମସ୍ତ ଶାଖା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
ହୀରାକୁଦ ଷ୍ଟେସନ ହେବ ପୁନଃ ବିକଶିତ
