Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରତ୍ନଭଣ୍ଡାରର ମରାମତି ଆବଶ୍ୟକ, ହାଇକୋର୍ଟରେ ଏଏସଆଇ ପକ୍ଷରୁ ସତ୍ୟପାଠ ଦାଖଲ

କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷେଣ ସଂସ୍ଥା(ଏଏସଆଇ) ପକ୍ଷରୁ ସୋମବାର ହାଇକୋର୍ଟ ପକ୍ଷରୁ ସତ୍ୟପାଠ ଦାଖଲ ହୋଇଛି। ଏହା ପରେ ଏଏସଆଇ ଅଧୀକ୍ଷକ କହିଛନ୍ତି, ୨୦୧୮ରେ ଶେଷ ଥର ପାଇଁ ବାହାର ଭଣ୍ଡାର ଅନୁଧ୍ୟାନ ହୋଇଥିଲା। ସେତେବେଳେ ଛାତରୁ ପାଣି ଗଳୁଥିଲା, ଚଟାଣରେ ପଥର ପଡ଼ିଥିଲା। କାନ୍ଥ ଭିତରୁ ଏକ ଫମ୍ପସା ଶବ୍ଦ ମଧ୍ୟ ଶୁଭୁଥିଲା। ୫ ବର୍ଷ ବିତି ଯାଇଥିଲେ ବି କୌଣସି ପଦକ୍ଷେପ ନିଆଯାଇନି। ତେଣୁ ରତ୍ନଭଣ୍ଡାରର ମରାମତି ଆବଶ୍ୟକ ରହିଛି। ମାମଲା ସଂପ୍ରତି ହାଇକୋର୍ଟରେ ବିଚାରଧୀନ ରହିଛି। ହାଇକୋର୍ଟ ନିର୍ଦ୍ଦେଶ ଦେଲେ ଯଥାଶୀଘ୍ର ମରାମତି କରିବୁ।

ସୂଚନାଯୋଗ୍ୟ, ରତ୍ନଭଣ୍ଡାର ଖୋଲିବାକୁ ସବୁ ସ୍ତରରୁ ଦାବି ହେଉଛି। ତେବେ ଆସନ୍ତା ବର୍ଷ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ସରକାରଙ୍କୁ ସୁପାରିସ କରାଯାଇଛି। ଏ ନେଇ ଅଗଷ୍ଟ ୪ ତାରିଖରେ ସୂଚନା ଦେଇଥିଲେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା। ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏକ ବୈଷୟିକ କମିଟି ଗଠନ ହେବ। ଲେଜର ସ୍କାନିଂ ଦ୍ୱାରା ଯାଞ୍ଚ କରାଯିବ। ଏହାସହ ରତ୍ନାଭଣ୍ଡାର ଖୋଲିବା ପାଇଁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରାଯିବ।

ଜିଲ୍ଲାପାଳ କହିଥିଲେ ରତ୍ନଭଣ୍ଡାର ଯାଞ୍ଚ ବେଳେ ପରିଚାଳନା କମିଟି ସଦସ୍ୟ ଓ ଏଏସଆଇ ସଦସ୍ୟ ଉପସ୍ଥିତ ରହିବେ। ଏହାଛଡା ଅବସରପ୍ରାପ୍ତ ବିଚାରପତି ମଧ୍ୟ ଏହି କମିଟିରେ ସଦସ୍ୟ ରହିବେ। ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହେବ। ଏହି କମିଟି ଜରିଆରେ ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ ଅନୁମତି ମଗାଯିବ । ଅନୁମତି ମିଳିବା ପରେ ରତ୍ନଭଣ୍ଡାର ଖୋଲିବା ନେଇ ବାଟ ଫିଟିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ