ସୋଳବଗା ସରସ୍ଵତୀ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା; ଲିପ୍ସା ପଟେଲଙ୍କୁ ସମ୍ବର୍ଦ୍ଧନା


ଜମନକିରା : ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ଶୋଲବଗା ସ୍ଥିତ ସରସ୍ବତୀ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ସ୍କୁଲ ପରିସରରେ ମହା ସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ଅନିଲ ନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବରେ ବିଶେଷ ଅତିଥି ଭାବରେ ଓପିଏସସି ରେ କୃତିତ୍ୱ ହାସଲ କରିଥିବା ସୁଶ୍ରୀ ଲିପସା ପଟେଲ ଯୋଗ ଦେଇଥିଲେ। ବରେଣ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ନାୟକ ଯୋଗ ଦେଇ ସମସ୍ତ ଛାତ୍ରଛାତ୍ରୀ ଲିପ୍ସାଙ୍କ ସଦୃଶ୍ୟ ଅଧ୍ୟବସାୟୀ ହେବାକୁ ଆହ୍ବାନ ଦେଇଥିଲେ। ଶ୍ରୀ ନାୟକ ଓ ଅନ୍ୟ ଅତିଥି ଗଣ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିବା ସହ ସୁଶ୍ରୀ ଲିପ୍ସାଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ମାନିତ କରାଯାଇଥିଲା। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟୁତ ପରିଷଦ ସଭାପତି ତୁଳସୀ ମଞ୍ଜରୀ ବହିଦାର, ପଣ୍ଡିତ ଅଲେଖ କୁମାର ପତି , ରବିନ୍ଦ୍ର ଦାସ ପ୍ରମୁଖ ଯୋଗ ଦେଇଥିଲେ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।