ବୀରମହାରାଜପୁର ଶିଶୁ ବିଦ୍ୟାମନ୍ଦିର ରେ ଜ୍ଞାନ ବିଜ୍ଞାନ ମେଳା

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଜନକରାମ ପଟେଲ ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିଶୁ ମନ୍ଦିର ର ସମ୍ପାଦକ ରାଜେନ୍ଦ୍ର ପଧାନ ଓ ଯୁଗ୍ମ ସମ୍ପାଦକ ପ୍ରଫୁଲ୍ଲ ଡାଙ୍ଗ ଯୋଗଦେଇ ଜ୍ଞାନ ବିଜ୍ଞାନମେଳା କୁ ଉଦଘାଟନ କରିଥିଲେ । ଏଥିରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ବିଜ୍ଞାନ ଭିତ୍ତିକ ପ୍ରାୟ ୬୪ଟି ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ । ଗାୟତ୍ରୀ ଆବସିକ ଶିକ୍ଷା ନିକେତନର ବିଜ୍ଞାନ ଶିକ୍ଷକ ଯୁଧିଷ୍ଟିର ଖମାରୀ , ଏଏମସ୍ ପବ୍ଲିକ ସ୍କୁଲର ବିଜ୍ଞାନ ଶିକ୍ଷୟିତ୍ରୀ ଜୟଶ୍ରୀ ମିଶ୍ର ଓ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ଆଚାର୍ଯ୍ୟ ପ୍ରମୋଦ ଠାକୁର ପ୍ରମୁଖ ବିଚାରକ ଭାବେ ଯୋଗଦେଇ ପ୍ରକଳ୍ପ ଗୁଡିକ ମୂଲ୍ୟାଙ୍କନ କରିଥିଲେ । ସ୍ଥାନୀୟ ବିଦ୍ୟାଳୟର ବିଜ୍ଞାନ ଆଚାର୍ଯ୍ୟ ଦିଲ୍ଲିପ କୁମାର ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ ଓ ଆଚାର୍ଯ୍ୟ ଆଚାର୍ଯ୍ୟା ଯୋଗଦେଇଥିଲେ ।