Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍ ବନ୍ଦ, ୪ ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ

ସମ୍ବଲପୁର: ଉପର ମୁଣ୍ଡରୁ ଜଳ ପ୍ରବାହ କମିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ହ୍ରାସ ପାଇଛି। ଫଳରେ ଆଉ ଦୁଇଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଛି । ବର୍ତ୍ତମାନ ୪ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ହୀରାକୁଦର ବାମ ପାର୍ଶ୍ଵରେ ୨ଟି ଏବଂ ଡାହାଣ ପାର୍ଶ୍ଵରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଗତକାଲି ଛଅଟି ଗେଟ୍ ଖୋଲା ଥିଲା।

ସୂଚନା ଅନୁଯାୟୀ, ଗୁରୁବାର ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୬.୦୪ ଫୁଟ୍ ରହିଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୬୬ ହଜାର ୨୫୫ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୨୮ ହଜାର ୨୨୩ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ଏହା ପୂର୍ବରୁ  ମଙ୍ଗଳବାର ହୀରାକୁଦ ଡ୍ୟାମର ୧୦ଟି ସ୍ଲୁଇସ୍ ଗେଟ୍ ବନ୍ଦ କରାଯାଇଥିଲା। ଗତକାଲି ମଧ୍ୟ ଦୁଇଟି ଗେଟ୍ ବନ୍ଦ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ