Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସୁବଳୟା କଲେଜ ରେ ନବାଗତ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା କଲେଜରେ ନବାଗତ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ସ୍ବାଗତ ସମ୍ବର୍ଦ୍ଧନା ଓ ପରିଚୟ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।‌ କଲେଜ ଅଧ୍ୟକ୍ଷ ଭୋଲାନାଥ କର୍ମିଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମ ରେ ଅଧ୍ୟାପକ ଦେବାଶିଷ ପଧାନ ସଭାର ଅଭିମୂଖି ବର୍ଣ୍ଣନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଟୁନା ମେହେର , ଅନ୍ନଦା ମିଶ୍ର , ମାନିନୀ ପଧାନ , ସୁରେନ୍ଦ୍ର ସାହୁ , ଦିଲ୍ଲୀପ କୁମାର ମେହର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିବାବେଳେ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ର ଛାତ୍ରୀ ମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଗୋପାଳ ଭୋଇ , ଶମ୍ଭୁ ପ୍ରସାଦ ସାହୁ , ହରିହର ସାହୁ , ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ପ୍ରାଧ୍ୟାପକ ରମାକାନ୍ତ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ l ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।