Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ନକ୍ସଲ ଆକ୍ରମଣରେ ଓଡ଼ିଆ ଯବାନ ସହିଦ, ପରିବାର ଉପରେ ଛିଣ୍ଡିଲା ଦୁଃଖର ପାହାଡ଼

ଭୁବନେଶ୍ୱର: ଝାଡ଼ଖଣ୍ଡରେ ଆଜି ସକାଳେ ମାଓବାଦୀଙ୍କ ଆକ୍ରମଣରେ ସିଆରପିଏଫ ଯବାନ ତଥା ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ହେଉଛନ୍ତି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌରାଞ୍ଚଳର ସୁଶାନ୍ତ କୁମାର ଖୁଣ୍ଟିଆ। ଆନନ୍ଦପୁର ପୌରାଞ୍ଚଳ ୪ ନମ୍ବର ଓ୍ଵାର୍ଡରେ ସୁଶାନ୍ତଙ୍କ ଘର। ହମଲାରେ ଆଉ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି ଏବଂ ତାଙ୍କୁ ରାଞ୍ଚି ସ୍ଥାନାନ୍ତର କରାଯାଇଛି। ଗୁରୁତର ଯବାନ ହେଉଛନ୍ତି ମୁନ୍ନା ଯାଦବ ଏବଂ ତାଙ୍କ ଘର ଉତ୍ତର ପ୍ରଦେଶର।
ସୂଚନା ଅନୁଯାୟୀ, ଆଜି ସକାଳେ ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ଗୋଇଲକେରା ପୋଲିସ ଷ୍ଟେସନ ଅନ୍ତର୍ଗତ ହାତିବୁରୁ ଜଙ୍ଗଲରେ ସିଆରପିଏଫ ୬୦ ବାଟାଲିୟନର ଯବାନମାନେ ସର୍ଚ୍ଚ ଅପରେସନ ଚଳାଇ ଥିବା ବେଳେ ନକ୍ସଲମାନେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବ ଦେଇଥିଲେ ଯବାନ। ତେବେ ନକ୍ସଲଙ୍କ ଗୁଳିମାଡରେ ସିଆରପିଏଫର ଦୁଇ ଜଣ ଯବାନ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ମୁନ୍ନା ଯାଦବ ଗୁରୁତର ହୋଇପଡିଥିଲେ।

ଉଭୟଙ୍କୁ ଉଦ୍ଧାର କରି ହେଲିକପ୍ଟର ଯୋଗେ ରାଞ୍ଚି ପଠାଯାଇଥିଲା। ତେବେ ସେଠାରେ ସୁଶାନ୍ତଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଥିଲେ। ଅନ୍ୟପଟେ ମୁନ୍ନାଙ୍କ ଅବସ୍ଥା ମଧ୍ୟ ଏବେ ବି ଗୁରୁତର ଅଛି। ସୁଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ଉପରେ ଦୁଃଖର ପାହାଡ ଛିଣ୍ଡିପଡିଛି। ତାଙ୍କ ପରିବାର ଏବେ ଦୟନୀୟ ଅବସ୍ଥାରେ ଅଛନ୍ତି। ସୁଶାନ୍ତଙ୍କ ଆନନ୍ଦପୁର ଘରେ ଏବେ କେହି ନାହାନ୍ତି ଏବଂ ଘରେ ତାଲା ପଡ଼ିଛି। କାରଣ କିଛି ବର୍ଷ ଅନ୍ତରରେ ତାଙ୍କ ପରିବାରର ବାପା ଓ ଦୁଇ ଭାଇଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସୁଶାନ୍ତଙ୍କ ବଡଭାଇ ମଧ୍ୟ ସିଆରପିଏଫରେ ଥିଲେ, ୨ ବର୍ଷ ତଳେ ସେ ବି ସହିଦ ହୋଇଥିଲେ।