Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଓଡ଼ିଶାରେ ଗଡ଼ିବ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍, ରୁଟ୍ ରାଉରକେଲାରୁ ଭୁବନେଶ୍ଵର

ଭୁବନେଶ୍ଵର: ଖୁବ୍ ଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ସୋମବାର ଭୁବନେଶ୍ଵରରେ ଏହି ବଡ଼ ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ଦ୍ଵିତୀୟ ବନ୍ଦେ ଭାରତ ରାଉରକେଲାରୁ ଭୁବନେଶ୍ଵର ଯାଏ ଗଡ଼ିବ। ଦ୍ଵିତୀୟ ବନ୍ଦେ ଭାରତ ପାଇଁ ରୁଟ୍ ଚାର୍ଟ ଫାଇନାଲ୍ ସରିଛି।

ସୂଚନା ଅନୁଯାୟୀ, ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରୁ ଭୁବନେଶ୍ଵର, କଟକ, ଢେଙ୍କାନାଳ, ଅନୁଗୁଳ, ତାଳଚେର, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଦେଇ ରାଉରକେଲା ଯାଏ ଚାଲିବ। ଏହାଫଳରେ ପଶ୍ଚିମ ଓଡ଼ିଶାବାସୀ ଅଧିକ ଉପକୃତ ହେବେ।

ଏହା ପୂର୍ବରୁ ମେ ୧୮ ତାରିଖରେ ଓଡ଼ିଶାର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରୁ କୋଲକାତା ଗଡ଼ିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଥିଲେ। ବନ୍ଦେ ଭାରତ ଏକ୍ସପ୍ରେସ୍ ସହ ଓଡ଼ିଶାରେ ପ୍ରାୟ ୮ ହଜାର କୋଟିରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଥିଲେ ପ୍ରଧାନମନ୍ତ୍ରୀ।

More Stories