ବୀରମହାରାଜପୁର ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀଯୁକ୍ତ ଵିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ 66 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ 59 ଗୋଟି ଓ ସାମୁହିକ ଦରଖାସ୍ତ 07 ଗୋଟି ଗ୍ରହଣ କରାଯାଇଛି l ତନ୍ମଧ୍ୟରୁ 02 ଟି ଅଭିଯୋଗ ର ତତ୍କାଳୀନ ସମାଧନ ହୋଇଥିବାବେଳେ ଗ୍ରହଣ କରାଯାଇଥିବା ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଅଶ୍ୱିନୀ ମେହେର , ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ କୁମାର ଭୋଇ , ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ ପଦ୍ମହଂସା ଦୋରା , ଡି ଇ ଓ ଲକ୍ଷ୍ମଣ ଭୋଇ , ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା , ଜିଲ୍ଲା ପଞ୍ଚାୟତ ଅଧିକାରୀ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ ଯୋଗଦାନ କରିଥିଲେ I ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା , ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ବାସୁଦେବ ଛତ୍ରିଆ , ତହସିଲଦାର ବିବୁଧ ଗଡ଼ନାୟକ , ଅତିରିକ୍ତ ତହସିଲଦାର ସ୍ଵାଗତ କୁମାର ପଣ୍ଡା , ବିଭିନ୍ନ ବ୍ଲକ ସ୍ତରୀୟ ଅଧିକାରୀ ଓ କର୍ମଚାରୀ , ସାମ୍ବାଦିକ ପ୍ରମୁଖ ଶିବିରରେ ଯୋଗଦାନ କରିଥିଲେ l