Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ୪ ଦିନ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: କିଛି ଦିନ ଗୁଳି ଗୁଳି ପରେ ରାଜ୍ୟକୁ ପୁଣି ବର୍ଷା ଫେରିଛି। ଆଜିଠୁ ଆଗାମୀ ୪ ଦିନ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଇଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ ବିଭାଗ ଅନୁଯାୟୀ, ବୁଧବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ସୋନପୁର, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ । ସେହିପରି ଗୁରୁବାର ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଂଜାମ, ଗଜପତି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୮ ଓ ୧୯ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ସୂଚନାଯୋଗ୍ୟ, ଅଗଷ୍ଟ ମାସର ପ୍ରଥମ ସପ୍ତାହରେ ଏମିତି ବର୍ଷା ହୋଇଥିଲା ଯେ ରାଜ୍ୟର ନିଅଣ୍ଟିଆ ବର୍ଷା ସ୍ଥିତିର ଭରଣା କରିଥିଲା। ଅଧିକାଂଶ ଜିଲ୍ଲାରେ ମରୁଡ଼ି ସ୍ଥିତି ଟାଳି ଦେଇଥିଲା। ତଥାପି ଏବେ ବି ରାଜ୍ୟର କିଛି ଜିଲ୍ଲାରେ ନିଅଣ୍ଟିଆ ବର୍ଷାର ସ୍ଥିତି ରହିଛି। ଅନେକ ସ୍ଥାନରେ ବିଲରେ ମାଟି ଫାଟି ଆଁ କରିଛି। ଆଗାମୀ ୪ ଦିନ ବର୍ଷା ସ୍ଥିତିରେ ସୁଧାର ଆଣିପାରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ