Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାଣି ଉଠାଇ ପହଞ୍ଚି ପାରିଲେନି ମନ୍ଦିର, କାର ମାଡ଼ି ଯିବାରୁ ୨ କାଉଡ଼ିଆଙ୍କ ମୃତ୍ୟୁ, ୧୩ ଆହତ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଋଷିକୂଲ୍ୟା ନଦୀରୁ ପାଣି ନେଇ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିବା ବେଳେ କାର ମାଡ଼ି ଯିବାରୁ ଦୁଇ କାଉଡ଼ିଆଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଆହତ ହୋଇଛନ୍ତି। ଆହତ ଓ ମୃତକମାନେ ବୁଗୁଡ଼ା ବ୍ଳକ ଅରଖପୁର ଗ୍ରାମର। ରାତି ପ୍ରାୟ ଗୋଟାଏ ବେଳେ ଏହି ଅଘଟଣ ଘଟିଥିବା କୁହାଯାଉଛି।

ସୂଚନା ଅନୁଯାୟୀ, ଗତକାଲି ଋଷିକୂଲ୍ୟା ନଦୀରୁ ପାଣି ଉଠାଇ ବୁଗୁଡ଼ା ବ୍ଳକ ଅରଖପୁର ଗ୍ରାମର କାଉଡ଼ିଆନେ ଅରଖପୁର ସ୍ଥିତ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିଲେ। ଏହି ସମୟରେ ଭେଟନଈ ନିକଟରେ ଏକ କାର୍ ସେମାନଙ୍କୁ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକ ହେଲେ ୩୫ ବର୍ଷୀୟା ଅନିତା ସ୍ଵାଇଁ। ସ୍ଥାନୀୟ ଅଞ୍ଚଳର ଲୋକେ ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ପରେ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ଠାରେ ପୁଣି ମୁକୁନା ବେହେରା(୩୨)ଙ୍କ ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।