Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଲମପୁରଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର

କଳାହାଣ୍ଡି,୨୧/୦୮-କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଧର୍ମଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଧୀରଜ କୁମାର ଚୋପଦାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନଶୁଣାଣି ଶିବିରରେ ମୋଟ ୬୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜଣଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ