Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ। ଏ ନେଇ ମଙ୍ଗଳବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ନିଯୋଗଙ୍କ ମଧ୍ୟରେ ବିବାଦ ଯୋଗୁଁ ଦେଢ ମାସ ଧରି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇ ନ ଥିଲା। ଶେଷରେ ବହୁ ବିଚାର ବିମର୍ଶ ପରେ ବିବାଦର ଅନ୍ତ ଘଟିଥିଲା ଏବଂ ଚଳିତ ମାସ ୯ ତାରିଖରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥିଲା। ନଚେତ୍ ନୀଳାଦ୍ରି ବିଜେ ପରଠୁ ବନକଲାଗି ନୀତି ହୋଇ ପାରି ନ ଥିଲା। ସ୍ଥିତି ଏମିତି ଉପୁଜି ଥିଲା ଯେ, ନୀତି ସଂପାଦନ ନ କଲେ ଦତ୍ତମହାପାତ୍ର ନିଯୋଗ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ନେବାକୁ ଚେତାବନୀ ଦେଇଥିଲେ ଶ୍ରୀମନ୍ଦିର ପ୍ରଶାସନ ମୁଖ୍ୟ। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ବିବାଦର ସମାଧାନ କରାଯାଇ ଗତ ୯ ତାରିଖରେ ମହାପ୍ରଭୁଙ୍କ ବନକଲାଗି କରାଯିବାକୁ ନିଷ୍ପତ୍ତି ହୋଇଥିଲା।

ଏହା ପରେ ନିର୍ଦ୍ଧାରିତ ନୀତି ଅନୁସାରେ ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୨୩ ତାରିଖରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ସନ୍ଧ୍ୟା ୬ଟାରୁ ୧୦ଟା ଯାଏ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ପରେ ଦର୍ଶନ ସ୍ଵାଭାବିକ ହେବ।

More Stories