Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜବରଦଖଲ ଉଚ୍ଛେଦ କଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ରୂପାନ୍ତରୀକରଣ କାର୍ଯ୍ୟ ଜୋରଦାର କରାଯାଉଛି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଫାଟକର ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ଚାଲିଥିବା ବେଳେ ଏହା ସମ୍ମୁଖରେ ରହିଥିବା ଉଠା ଦୋକାନୀ ମାନଙ୍କୁ ଉଚ୍ଛେଦ କରାଯାଇଛି। ପୂର୍ବରୁ ଏହି ଉଠାଦୋକାନୀ ମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରିବାକୁ କୁହାଯାଇଥିଲେ ସୁଦ୍ଧା ତାହା କରି ନ ଥିବାରୁ ଶନିବାର ପୂର୍ବାହ୍ନରେ ତହସିଲଦାର ତଥା କାର୍ଯ୍ୟନିର୍ବାହୀ ଦଣ୍ଡାଧିକାରୀ ଶରତ ଶବରଙ୍କ ସମେତ ବିଡିଓ ଗଦାଧର ପାତ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ରହି ଉଚ୍ଛେଦ କାର୍ଯ୍ୟ ପରିଚାଳନା କରିଥିଲେ। ଆଇନଶୃଙ୍ଖଳା ପରିସ୍ଥିତିକୁ ତଦାରଖ କରିବା ପାଇଁ ଆଇଆଇସି କୌଶିକ ମାଝି ସଦଳବଳ ପ୍ରମୁଖ ଉପସ୍ଥିତ ଥିଲେ।