Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କେସିଙ୍ଗାଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି,୨୮/୦୮-କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି . ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ଵଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ସଂପର୍କିତ ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ବଳିତ ଅଭିଯୋଗ ଥିଲା। ୦୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କେସିଙ୍ଗା ବ୍ଲକର କେତକୀ ହରିଜନ ଏବଂ ହୀରା ଘିଭେଲାଙ୍କୁ ୫୦୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ