ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ


ପୂର୍ବତନ ବାଚସ୍ପତି ତଥା ବର୍ତ୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ । ସନ୍ଧ୍ୟା ୭ଟା ୩୧ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଗଞ୍ଜାମ ଦିଗପହଣ୍ଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି । ସୂର୍ଯ୍ୟ ପାତ୍ର ଥରେ ବାଚସ୍ପତି ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ଗଜପତି କିଲ୍ଲା ମୋହନାରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳରୁ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସୂର୍ଯ୍ୟ ନାରାୟଣ ପାତ୍ର ।