କାଠ ବଲି ଚୋରା ଚାଲାଣ କରୁଥିବା ଅଭିଯୋଗ ରେ ବନ ବିଭାଗ ଦୁଇଜଣ କୁ ଗିରଫ କରିଛି


ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଂଚଳ ବଡାଲି ସଂରକ୍ଷିତ ଜଙ୍ଗଲରୁ କାଠ ବଲି ଚୋରାଚାଲାଣ ବେଳେ ଦୁଇ ଜଣଙ୍କୁ ଗିରଫ କରିବାରେ ବନବିଭାଗ ସଫଳ ହୋଇଛି । ଏଥିସହ ସେମାନଙ୍କ ପାଖରୁ ୧୦୦ ଗୋଟି ବଲି ଜବତ କରାଯାଇଥିବା ବେଳେ ଶନିବାର ସନ୍ଧ୍ୟାରେ କୋର୍ଟଚାଲାଣ କରାଯାଇଛି । ସୂଚନା ଅନୁଯାୟୀ ଶୁକ୍ରବାର ରାତି ପ୍ରାୟ ୯ ଟା ସମୟରେ ପଂଚମହଲା ପଂଚାୟତ ଜଗନ୍ନାଥପାଲି ଗ୍ରାମର ମୀନକେତନ ମଲ୍ଲିକ (୪୪) ଏବଂ ରାମରତନ ମଲ୍ଲିକ (୪୧) ବଡାଲି ସଂରକ୍ଷିତ କଙ୍ଗଲରୁ ବଲି କାଟି ଚୋରାଚାଲାଣ କରୁଥିଲେ । ଉକ୍ତ ସମୟରେ ବନବିଭାଗ କର୍ମଚାରୀ ପେଟ୍ରୋଲିଂ କରୁଥିବା ବେଳେ ବଲି ଚୋରାଚାଲାଣ ହେଉଥିବା ଜାଣିବାକୁ ପାଇଥିଲେ । ପରେ ଘଟଣାସ୍ଥଳରେ ଚଢଉ କରି ମୀନକେତନ ଏବଂ ରାମରତନଙ୍କୁ ଗିରଫ କରିଥିଲେ । ଶାଳ ସମେତ ବିଭିନ୍ନ ମୂଲ୍ୟବାନ ଗଛର ୧୦୦ ଟି ବଲି ସେମାନଙ୍କ ପାଖରୁ ଜବତ ହୋଇଛି । ଏନେଇ ଉଲୁଣ୍ଡା ବନାଂଚଳରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଥିଲା । ଜାମିନ ନାମାଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।