Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅବସରପ୍ରାପ୍ତ ଶିକ୍ଷକଙ୍କୁ ସମ୍ୱର୍ଦ୍ଧନା

କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ନର୍ଲା ଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଅବସରରେ କର୍ଲାମୁଣ୍ଡା ବ୍ଲକର ଅବସରପ୍ରାପ୍ତ ଶିକ୍ଷକ କ୍ଷୀରସାଗର ରଣା ଙ୍କୁ ଉତ୍ତରୀୟ ଓ ମାନପତ୍ର ଦେଇ ସମର୍ଦ୍ଧିତ କରାଯାଇଥିଲା l ଏହି ଉତ୍ସବରେ ନର୍ଲା ବିଧାୟକ ଭୂପିନ୍ଦର ସିଂ ମୁଖ୍ୟ ଅତିଥି, ସମ୍ବଲପୁର ବିଶ୍ୱବିଦ୍ୟାଳୟ କୁଳସଚିବ ଡ଼ ନୃପରାଜ ସାହୁ ମୁଖ୍ୟବକ୍ତା, ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ l ସଭାପତି ସୁରେନ୍ଦ୍ର ଯୋଶୀ ସଭାପତିତ୍ୱ କରିଥିବା ବେଳେ ସମ୍ପାଦକ ଧୀରେନ୍ଦ୍ର ପଟନାୟକ ମଞ୍ଚ ପରିଚାଳନା କରିଥିଲେ l