ବ୍ଲକ ସ୍ତରୀୟ ବିଜ୍ଞାନ ପାଠଚକ୍ର,ଛାତ୍ରୀ ସୁପ୍ରିୟା ନାୟକ ରାଜ୍ୟ ସ୍ତରକୁ ମନୋନୀତ,


ବେଲଗୁଣ୍ଠା, 08/09, ଛାତ୍ରଛାତ୍ରୀଙ୍କ ମନରେ ବିଜ୍ଞାନ ପ୍ରତି ଆଗ୍ରହ ଜନ୍ମାଇବା ପାଇଁ ଗଞ୍ଜାମ ଜିଲ୍ଳା ଶିକ୍ଷା ବିଭାଗ ପକ୍ଷରୁ ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ବ୍ଳକ୍ ସ୍ତରୀୟ ବିଜ୍ଞାନ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ପ୍ରଦୀପ ପ୍ରଜ୍ୱଳନ କରି ଉଦ୍ଘାଟନ କରିଥିବା ବେଳେ ଏଥିରେ ବିଚାରକ ରୂପେ ଅବସରପ୍ରାପ୍ତ ଅଧ୍ୟକ୍ଷ ବି.ଗୋବିନ୍ଦ ରାଓ ଏବଂ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରସାୟନ ବିଜ୍ଞାନ ମୁଖ୍ୟ ପ୍ରାଧ୍ୟାପକ କୁମୁଦ ଚନ୍ଦ୍ର ମହାପାତ୍ର ଯୋଗଦେଇଥିଲେ I କାର୍ଯ୍ୟକ୍ରମରେ ବେଲଗୁଣ୍ଠା ବ୍ଳକ୍ ର କୋଡ଼ିଏଟି ବିଦ୍ୟାଳୟରୁ ଛାତ୍ରଛାତ୍ରୀ ଏବଂ ମାର୍ଗଦର୍ଶକ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇଥିଲେ I ପାଠଚକ୍ରରେ ଅଂଶଗ୍ରହଣ କରିଥିବାବେ ଛାତ୍ରଛାତ୍ରୀ *’ମିଲେଟସ୍ – ଏ ସୁପର୍ ଫୁଡ୍ ଅର୍ ଏ ଡାଇଟ୍ ଫ୍ୟାଡ୍’* ଶୀର୍ଷକରେ ନିଜର ଯୁକ୍ତିଯୁକ୍ତ ମତ ଉପସ୍ଥାପନ କରିଥିଲେ I ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଉପସ୍ଥାପନ ଶୈଳୀ,ମୌଖିକ ପରୀକ୍ଷା ଏବଂ ଲିଖିତ ପରୀକ୍ଷାକୁ ଭିତ୍ତି କରି ନେଟେଙ୍ଗା ଦୀନବନ୍ଧୁ ବିଦ୍ୟାପୀଠର ଛାତ୍ରୀ ସୁପ୍ରିୟା ନାୟକ, ଶ୍ରୀ ଗୋପୀନାଥ ବିଦ୍ୟାପୀଠର ଛାତ୍ର ସୁମନ୍ ନାୟକ ଏବଂ କ୍ଷତ୍ରିୟବରପୁର ନୋଡାଲ୍ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ବୈଶାଖୀ ପୋଲେଇ ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ବେଳେ ଛାତ୍ରୀ ସୁପ୍ରିୟା ନାୟକ ରାଜ୍ୟ ସ୍ତରୀୟ ବିଜ୍ଞାନ ପାଠଚକ୍ରକୁ ମନୋନୀତ ହୋଇଥିଲେ I ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ କ୍ରୀଡ଼ା ଶିକ୍ଷକ ଆଶୁତୋଷ ସ୍ୱାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ I ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ସୁଜାତାପଣ୍ଡା,ଶିକ୍ଷକ ଅମର ପ୍ରଧାନ,ସୀମାଞ୍ଚଳ ଦାସ, ସୀମାଞ୍ଚଳ ଶତପଥୀ,ନିରଞ୍ଜନ ତ୍ରିପାଠି,ଅବନୀ ଷଡଙ୍ଗୀଙ୍କ ସମେତ କର୍ମଚାରୀ ସୁକାନ୍ତ କୁମାର ବିଷୋୟୀ, ଶ୍ରୀନିବାସ ବିଷୋୟୀ ଏବଂ ପୂର୍ଣ୍ଣଚନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଓଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୂଚନା-ଶିକ୍ଷା-ସଞ୍ଚାର କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନତା ସୃଷ୍ଟି ପାଇଁ ବିକାଶ ମେଳା ଆଜି ଠାରୁ ୨୩-ସେପ୍ଟେମ୍ବର, ୨୦୨୪ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲୁରହିବ । ଆଜିର ଏହି ମେଳାରେ ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି, ଓଡ଼ିଶାଯୋଗଦେଇ ବିକଶିତ ଓଡିଶା ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମକୁ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଶ୍ରୀକେ.ନାରାୟଣ ରାଓ, ପୂର୍ବତନ ବିଧାୟକ ପାରଳାଖେମୁଣ୍ଡି, ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା ପଞ୍ଚାୟତ ସମିତି ନୂଆଗଡ଼ ଓ ଡ.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜେନା ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରି ନିଜ ବକ୍ତବ୍ୟରେ କହିଥିଲେ ଯେ ରାଜ୍ୟରେ ୧୦୦ଦିନ ପୂରଣ କରିଥିବା ସରକାରଙ୍କ ସଫଳ କାହାଣି ବର୍ଣ୍ଣନା କରିବା ସହ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ଓଡିଶାର ସାମଗ୍ରୀକ ବିକାଶ ଓ ସମୃଦ୍ଧି ଦିଗରେ ଅଗ୍ରସର ହେଉଛି । ଏହି ଅବସରରେ ଅଳ୍ପଦିନ ମଧ୍ୟରେ ମୋହନ ସରକାର ମହିଳାମାନଙ୍କ ନିମନ୍ତେ ସୁଭଦ୍ରା ଯୋଜନା ଠାରୁ ଆରମ୍ଭ କରି କୃଷକ ଓ ମହିଳା ସଶକ୍ତିକରଣ ଓ ସମସ୍ତ ବର୍ଗର ଜନସାଧାରଣଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦର୍ଶାଇବା ସହ ଏହି ସରକାର ସାଧାରଣ ଲୋକଙ୍କ ସରକାର ବୋଲି ପ୍ରକାଶ କରିଥିଲେ । ସେହିପରି ଜନସାଧାରଣଙ୍କ ଦକ୍ଷତାର ସଦ୍ ଉପଯୋଗ କରିବା ସହ ପ୍ରତ୍ୟେକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରକାଶ କରିଥିଲେ । ଜିଲ୍ଲାପାଳଙ୍କ ସ୍ୱାଗତ ଅଭିଭାଷଣରେ ସମସ୍ତ ଜନସାଧାରଣଙ୍କୁ କହିଥିଲେ କଠିନ ପରିଶ୍ରମକଲେ ଜିଲ୍ଲା, ରାଜ୍ୟ ଓ ଦେଶ ବିକଶିତ ହୋଇପାରିବ ।ଏହି ଅବସରରେ ସୁଭଦ୍ରା ଯୋଜନାର ପାଞ୍ଚ ଜଣ ହିତାଧିକାରୀଙ୍କୁ ୫,୦୦୦/- ଲେଖାଏଁ ଚେକ୍ ପ୍ରଦାନ କରାଯାଇଥିବା ବେଲେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ୬ ଜଣଙ୍କୁ ୫୦,୦୦୦/- ଲେଖାଏଁ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦୁଇଗୋଟି ଦମ୍ପତୀଙ୍କୁ ଭିନ୍ନକ୍ଷମଙ୍କ ନିମନ୍ତେ ବିବାହ ପ୍ରୋତ୍ସାହନ ରାଶି ପ୍ରତେକ୍ୟଙ୍କୁ ୨ ଲକ୍ଷ ୫୦ ହଜାର ଲେଖାଏଁ ମାନ୍ୟବର ମନ୍ତ୍ରୀ ପ୍ରଦାନ କରିଥିଲେ ।ଏହି ମେଳାରେ ମୋଟ ୩୦ଟି ଷ୍ଟୋଲ ସ୍ଥାନ ପାଇଥିବା ବେଳେ ଏଗୁଡିକରେ ହସ୍ତଶିଳ୍ପ କାରିଗର, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଓ ମହିଳା ସଂୟ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ ଶୁଭାରମ୍ଭ ହୋଇଛି । ସେହିପରି ଓରମାସ୍, ପଞ୍ଚାୟତରାଜ ବିଭାଗ, ମିଶନ ଶକ୍ତି, ଶିକ୍ଷା ବିଭାଗ, ପର୍ଯ୍ୟଟନ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଉଦ୍ୟାନ ବିଭାଗ, ଶ୍ରମ ବିଭାଗ, ଜିଲ୍ଲା ଶିଳ୍ପକେନ୍ଦ୍ର, ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ପ୍ରଦର୍ଶନୀ ତଥା ସଚେତନତା ଷ୍ଟୋଲ ଖୋଲାଯାଇଛି।ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ. ଗୁଣନିଧି ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ଜିଲ୍ଲାର ସ୍ଥାନୀୟ କଳାକାରମାନଙ୍କୁ ନେଇ ରଙ୍ଗାରଙ୍ଗ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ଶ୍ରୀ ଅନୁପ ପଣ୍ଡା ଉପ ଜିଲ୍ଲାପାଳ- ପାରଳାଖେମୁଣ୍ଡି, ଶ୍ରୀ ଦିଲ୍ଲୀପ କୁମାର ବେହେରା ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀମତୀ ମୋନରମା ଦେବି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସଂପୃକ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।