Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଉଲୁଣ୍ଡା ବ୍ଲକ ସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଉଲୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଲୋକନୃତ୍ଯ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ବିଦ୍ଯାଳୟରୁ ଛାତ୍ରଛାତ୍ରୀ ସାମିଲ ହୋଇ ଲୋକନୃତ୍ଯ ପରିବେଷଣ କରିଥିଲେ । ପ୍ରଧାନ ଶିକ୍ଷୟତ୍ରୀ ନଳିନୀ କୁମ୍ଭାରଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଗୋଷ୍ଠି ଶିକ୍ଷା ଅଧିକାରୀ ମୁକେଶ ଭୋଇ , ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ମାର୍କଣ୍ଡେଶ୍ବର ମିଶ୍ର ଅତିଥି ଭାବେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଚାରକ ଭାବେ ଝାରବାହାଲି ଓଡ଼ିଶା ଆଦର୍ଶ ବିଦ୍ଯାଳୟର ଶିକ୍ଷକ ତରୁଣ କୁମାର ମିଶ୍ର ଏବଂ ଡନ ପଧାନ ଯୋଗଦେଇଥିଲେ। ଉକ୍ତ ପ୍ରତିଯୋଗିତାରେ କେଉଟିପାଲି ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବା ଜଣାପଡିଛି । ଉକ୍ତ କାର୍ଯ୍ୟକ୍ରମରେ ଉଲୁଣ୍ଡା ନୋଡାଲ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।