Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡିଶାରେ ଲଘୁଚାପ ସକ୍ରିୟ ରହିଥିବା ବେଳେ ଦକ୍ଷିଣପୂର୍ବ ମୌସୁମୀ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗିରହିବ ବୋଲି ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁଯାୟୀ,  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର, ବରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ବର୍ଷା ଜାରି ରହିଛି। ଟୁଇନ୍ ସିଟି ଅଞ୍ଚଳରେ ଅପରାହ୍ଣରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।