Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୋରକୋରେ ଭୂମିକମ୍ପ; ୨୯୬ ମୃତ, ୧୫୩ ଆହତ

ଶୁକ୍ରବାର ରାତି ୧୧.୧୧ରେ ଉତ୍ତର ଆଫ୍ରିକୀୟ ରାଷ୍ଟ୍ର ମୋରକୋରେ ୬.୮ ତୀବ୍ରତାସମ୍ପନ୍ନ ଭୂମିକମ୍ପ ସଂଘଠିତ ହୋଇଥିବା କଥା ‘ୟୁଏସ୍‌ ଜିଓଲୋଜିକାଲ୍‌ ସର୍ଭେ’ ରିପୋର୍ଟ କରିଛି।

ଏହ ଶକ୍ତିଶାଳୀ ଭୂମିକମ୍ପ ଯୋଗୁଁ ଅନ୍ୟୂନ ୨୯୬ଜଣ ଲୋକ ପ୍ରାଣ ହରାଇଥିବା କଥା ଆଜି ସକାଳେ ମୋରକୋର ଗୃହମନ୍ତ୍ରାଳୟ କହିଛି।

ଏହାଛଡ଼ା, ଭୂମିକମ୍ପ ଯୋଗୁଁ ଆହତ ହୋଇଥିବା ୧୫୩ଜଣଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାକୁ ପଠାଯାଇଛି। ଅଧିକାଂଶ କ୍ଷୟକ୍ଷତି ସହର ଓ ନଗର ବାହାରେ ହୋଇଥିବା କଥା ମନ୍ତ୍ରାଳୟ ସୂଚନା ଦେଇଛି।