Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୧୧ରୁ ରାଜ୍ୟରେ ପୁଣି ବର୍ଷା, ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ଵର: ରାଜ୍ୟରେ ସଂପ୍ରତି ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ୧୧ ଓ ୧୨ ତାରିଖରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୧୨ ତାରିଖରୁ ରାଜ୍ୟରେ ପୁଣି ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଫଳରେ ରାଜ୍ୟରେ ପାଗ ମେଘୁଆ ରହିବା ସହ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ହେଉଛି। ତେବେ ଆସନ୍ତା ୧୧ ତାରିଖରୁ ରାଜ୍ୟରେ ବର୍ଷା ପୁଣି ଆରମ୍ଭ ହେବ।

ସୂଚନା ଅନୁଯାୟୀ, ରାଜ୍ୟରେ ୧୨ ତାରିଖ ଦିନ ବର୍ଷାର ବିସ୍ତୃତି ବଢ଼ିବ। ବି‌ଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ। ମଝିରେ ମଝିରେ ବର୍ଷା ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୨୮ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ମଧ୍ୟରେ ରହିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ