Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ଦୁଇ ବ୍ଲକକୁ ନେଇ ଚିନ୍ତନ ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୦/୯/(ଗରୁଡ଼ ଧ୍ଵଜ ଚୌଧୁରୀ)
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଚିହ୍ନିତ ଜିଲ୍ଲାର ଦୁଇ ଆକାଂକ୍ଷା ବ୍ଲକ ଗୁମ୍ମା ଓ ଆର.ଉଦୟଗିରୀର ସମସ୍ତ ପାଞ୍ଚଟି ଚିହ୍ନିତ ବିଷୟ ବସ୍ତୁକୁ ନେଇ ବ୍ଲକର ବିକାଶକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟରତ ହେବାକୁ ଥିବା ସୂଚକାଙ୍କ ପ୍ରତିଟି କ୍ଷେତ୍ରରେ ରହିଥିବା ଅସୁବିଧାକୁ କିପରି ଭାବେ ବିକଶିତ ଦିଗ ଆଡକୁ ଅଗ୍ରଗତି ନିମନ୍ତେ ବ୍ଲକର ବିକାଶ ରଣନୀତି ପ୍ରସ୍ତୁତିକୁ ନେଇ ଜିଲ୍ଲାର ସମସ୍ତ ପଦଧିକାରୀ ଓ ଏହି ଦୁଇଟୀ ବ୍ଲକରେ କାର୍ଯ୍ୟରତ ବ୍ଲକ ଅଧିକାରୀ ଏବଂ ଏହି ଦୁଇ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଉପସ୍ଥିତିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଦ୍ବାରା ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମର ଉଦ୍ଘାଟନ କରିଥିଲେ। ଜିଲ୍ଲାପାଳଙ୍କ ବକ୍ତବ୍ୟରେ କହିଥିଲେ ଓଡ଼ିଶା ସରକାରଙ୍କ ଦ୍ବାରା ଯେଉଁଭଳି ଭାବେ ଉନ୍ନତ ମୂଳକ କାର୍ଯ୍ୟ କରାଯାଉଛି ତାହା ଜନସାଧାରଣ ଙ୍କ ଆଦୃତ କରିଛି, ତାହାକୁ ଆହୁରି ଅଧିକ ଲୋକାଭିମୁଖୀ କରିବାରେ ସହାୟକ ହୋଇପାରିବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିକାଶକୁ ଅଗ୍ରାଧିକାର ଦେଇ ବିକାଶ ରଣନୀତିକୁ ଜନଭାଗୀଦାରୀ ମାଧ୍ୟମରେ ପ୍ରସ୍ତୁତ କରିବା ଦିଗରେ ସହାୟକ ହୋଇପାରିବ । ବ୍ଲକସ୍ତରରେ ତୃଣମୂଳ ସ୍ତରରେ ଜଡ଼ିତଥିବା ସମସ୍ତ ଜନସାଧାରଣ, ପଞ୍ଚାୟତ ସ୍ତରର ଜନପ୍ରତିନିଧି, ସ୍ୱୟଂ ସହାୟିକା ଗୋଷ୍ଠୀ, ଯୁବବର୍ଗ ସ୍ଥାନୀୟ ସ୍ତରରେ କାର୍ଯ୍ୟକ ରୁଥିବା ସାମାଜିକ ସଂଗଠନର ମିଳିତ ସହଯୋଗରେ ଏହି ଦୁଇ ବ୍ଲକକୁ ପ୍ରେରଣା ଦାୟକ ହୋଇ ରହିବ। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଡ଼ା.ଗୁଣନିଧି ନାୟକ କହିଥିଲେ ଯେ ନିରତର ବିକାଶ ଲକ୍ଷ୍ୟ କ୍ଷେତ୍ରରେ ଏହି କାର୍ଯ୍ୟକ୍ରମ ବହୁତ ସହଯୋଗ କରିବା ନେଇ ଉଲ୍ଲେଖ କରିଥିଲେ I
ଆଜିର ଏହି କାର୍ଯ୍ୟକ୍ରମରେ ବ୍ଲକ ସ୍ତରୀୟ ବିକାଶ ରଣନୀତି ପ୍ରସ୍ତୁତିକୁ ନେଇ ଏହି କାର୍ଯ୍ୟକ୍ରମ ସହ ଜଡ଼ିତ ବ୍ଲକ ସ୍ତରୀୟ ସମସ୍ତ ଅଧିକାରୀ ଓ ଜିଲ୍ଲାସ୍ତରୀୟ ସମସ୍ତ ପଦଧିକାରୀଙ୍କୁ ପିରାମଲ ଫାଉଣ୍ଡେସନ୍ ତରଫରୁ ଗାନ୍ଧୀ ଫେଲୋ- ସୁଭମ ସିଂ, ଆଲୋକ ଦ୍ବିବେଦୀ ଓ ପିରାମଲ ଫାଉଣ୍ଡେସନ୍ ପ୍ରତିନିଧି ଶ୍ରୀୟାଶୀ ଭେଙ୍କଟ ଓ ମହେଶ୍ବର ପ୍ରଶିକ୍ଷଣ ଦେବାରେ ସହଯୋଗ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।