ଉଲୁଣ୍ଡା ବ୍ଲକ ସ୍ତରୀୟ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ରେ 59 ଟି ଅଭିଯୋଗ ପଞ୍ଜୀକୃତ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୨ ଗୋଟି ଏବଂ ୧୭ ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ୧୭ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଶିବିରରେ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତର ୮ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ମଧୁବାବୁ ପେନସନ ଯୋଜନା ମାଧ୍ୟମରେ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଥମ କିସ୍ତି ଭତ୍ତା ପ୍ରଦାନ କରାଯାଇଥିଲା । ଉଲୁଣ୍ଡା ବିଡିଓ କରିଶ୍ମା ବେଶ୍ରା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି କାର୍ଯ୍ଯକ୍ରମରେ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ଵିନି ମେହେର , ବୀରମହାରାଜପୁର ଭାରପ୍ରାପ୍ତ ଉପଜିଲ୍ଲାପାଳ ସନତ କୁମାର ନାୟକ , ଅବକାରୀ ଆରକ୍ଷୀ ଅଧିକ୍ଷକ ସୁମତି ତ୍ରିପାଠୀ , ଅତିରିକ୍ତ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ , ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ , ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ , ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା , ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ମୂଖ୍ୟ ଜିଲ୍ଲା କୃଷି ଅଧିକାରୀ ବିଭୂତି ଭୂଷଣ ମିଶ୍ର , ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କ୍ଷିରୋଦ ବିଶ୍ଵାଳ , ଉଲୁଣ୍ଡା ତହସିଲଦାର ଦିଲ୍ଲିପ ମାଝି ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦାନ କରିଥିଲେ ।