Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୋଲାମୁଣ୍ଡାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, ୧୧/୦୯ (ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାରପ୍ରାପ୍ତ ଉପ ଜିଲ୍ଲାପାଳ, ଧର୍ମଗଡ଼ ତଥା ଅତିରିକ୍ତ ଜିଲ୍ଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୧ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।