Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଧଅଁରାଭଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ଉଦ୍‌ଘାଟିତ

କଳାହାଣ୍ଡି,୧୧/୦୯-ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଧଅଁରାଭଟାରେ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧିରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହୋଇଯାଇଛି । ବିଦ୍ୟାଳୟରେ ଆଜି ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସର ଶୁଭାରମ୍ଭ ହୋଇଛି । ଏହି ଛାତ୍ରୀନିବାସ ସ୍ଥାପନ ଦ୍ୱାରା ବ୍ଲକର ଅନେକ ଦୂରଦୁରାନ୍ତରୁ ପାଠ ପଢିବାକୁ ଆସୁଥିବା ଛାତ୍ରୀମାନଙ୍କ ଯାତାୟତ ସମସ୍ୟାର ସମାଧାନ ହୋଇପାରିଛି । ଏହି ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷାଧିକାରୀ ନମିତାରାଣୀ ଭୋଇ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା. ତତେଶ୍ୱର ନାଏକ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଢଳଦେବ ମୁଣ୍ଡ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ବିଘ୍ନେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ପରିଚାଳନା କରିଥିଲେ । ସଭା ଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଗୁଦୁରି ସୁଦାମା ଧନ୍ୟବାଦ ଅର୍ପଣ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ