Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

୪୮ ଘଣ୍ଟାରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ, ୧୫ ଯାଏ ବର୍ଷା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ। ଅନ୍ୟପଟେ  ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

ଏହାରି ପ୍ରଭାବରେ ଆସନ୍ତା ୧୫ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଲର୍ଟ ଜାରି କରାଯାଇଛି। ମଙ୍ଗଳବାର ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ବେଳେ ବୁଧବାର ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗ ଅନୁଯାୟୀ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିପରି ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୫ ତାରିଖ ଯାଏ ସାରା ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।

More Stories