Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଷାକ୍ତ ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

କଳାହାଣ୍ଡି,୧୪/୦୯-ବିଷାକ୍ତ ସାପ କାମୁଡାରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ଖବର ଅନୁଯାୟୀ, କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ପଞ୍ଚାୟତ କୁମାରଗୁଡା ଗ୍ରାମର ବାଲା ମାଝୀଙ୍କ ପତ୍ନୀ ଲାକାଦେଇ ମାଝୀ (୫୦) ଶୋଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିବା ଜାଣିପାରି ସେ ଚିତ୍କାର କରିଥିଲେ ! ଚିତ୍କାର ଶୁଣି ପରିବାର ଲୋକେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ । ଖବର ପାଇ ଥୁଆମୂଳ ରାମପୁର ଥାନା ଅଧିକାରୀ କୈବଲ୍ୟ ସେଠ ଓ ଗୁଣୁପୁର ଫାଣ୍ଡି ଅଧିକାରୀ ଅଜୟ ନାୟକ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି ।